1ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।
2“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”
3କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”
4କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।