19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
20ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?
21“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
22ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
23ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।