22ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
23ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।
24ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
25ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
26ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।