25ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
26ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।
27ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।