ଆମୋଷ 5

ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;

Amos 5:7 (UKJV) All of you who turn judgment to wormwood, and leave off righteousness in the earth,

5ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।

6ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।

7ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;

8ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।

9ସେ ବଳବାନ ଉପରେ ହଠାତ୍‍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.