6ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍ରେ କେହି ନ ଥିବ।
7ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ;
8ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।
9ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
10ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।