1ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
2ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
3ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;