9ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।
10ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”
11କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
12ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
13ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”