ଆମୋଷ 6

ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;

Amos 6:3 (UKJV) All of you that put far away the evil day, and cause the seat of violence to come near;

1ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!

2ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?

3ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;

4ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;

5ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.