2ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
3ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
4ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
5ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
6ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।