5ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
6ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
7ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଶରୀର ଲମ୍ବକାରୀମାନଙ୍କର ହର୍ଷନାଦ ଲୁପ୍ତ ହେବ।”
8ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”
9ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।