10ଯେତେବେଳେ ବେଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।
11କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”
12ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
13ମାତ୍ର ବେଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
14ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;