ଆମୋଷ 7

ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”

Amos 7:13 (UKJV) But prophesy not again any more at Bethel: for it is the king's chapel, and it is the king's court.

11କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”

12ଆହୁରି, ଅମତ୍‍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;

13ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”

14ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;

15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.