12ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
13ମାତ୍ର ବେଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
14ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।’
16ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’