ଆମୋଷ 7

ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’

Amos 7:16 (UKJV) Now therefore hear you the word of the LORD: You says, Prophesy not against Israel, and drop not your word against the house of Isaac.

14ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;

15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’

16ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’

17ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.