15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।’
16ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
17ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”