4ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।
5ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
6ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
7ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।
8ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;