ଆମୋଷ 7

ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”

Amos 7:9 (UKJV) And the high places of Isaac shall be desolate, and the sanctuaries of Israel shall be laid waste; and I will rise against the house of Jeroboam with the sword.

7ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।

8ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;

9ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”

10ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।

11କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.