9ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
10ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
11ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
12ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
13ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।