ଆମୋଷ 8

ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।

Amos 8:12 (UKJV) And they shall wander from sea to sea, and from the north even to the east, they shall run back and forth to seek the word of the LORD, and shall not find it.

10ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”

11ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।

12ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।

13ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।

14ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.