11ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
12ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
13ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
14ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”