2ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”
3ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
4ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
5“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
6ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”