ଆମୋଷ 8

ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।

Amos 8:7 (UKJV) The LORD has sworn by the excellency of Jacob, Surely I will never forget any of their works.

5“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?

6ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”

7ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।

8ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”

9ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.