1ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
2ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା।
3ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।