9“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।
10ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।
11ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
12ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
13ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।