ଆମୋଷ 9

ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।

Amos 9:12 (UKJV) That they may possess the remnant of Edom, and of all the heathen, which are called by my name, says the LORD that does this.

10ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।

11ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;

12ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।

13ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।

14ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.