ଆମୋଷ 9

ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।

Amos 9:14 (UKJV) And I will bring again the captivity of my people of Israel, and they shall build the waste cities, and inhabit them; and they shall plant vineyards, and drink the wine thereof; they shall also make gardens, and eat the fruit of them.

12ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।

13ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।

14ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।

15ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.