କଲସୀୟ 1

ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ

Colossians 1:10 (UKJV) That all of you might walk worthy of the Lord unto all pleasing, being fruitful in every good work, and increasing in the knowledge of God;

8ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

9ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ

10ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ

11ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,

12ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.