12ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
13ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
14ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
15ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
16କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;