କଲସୀୟ 1

ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,

Colossians 1:15 (UKJV) Who is the image of the invisible God, the firstborn of every creature:

13ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;

14ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ।

15ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,

16କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;

17ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.