କଲସୀୟ 1

କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Colossians 1:2 (UKJV) To the saints and faithful brethren in Christ which are at Colosse: Grace be unto you, and peace, from God our Father and the Lord Jesus Christ.

1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ,

2କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

3ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।

4କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.