18ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
19କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
20ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
21ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
22କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;