25ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।
26ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
27ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
28ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;
29ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।