4କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।
5ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
6ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
7ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
8ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।