6ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
7ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
8ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
9ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
10ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ