9କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
10ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
11ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
12ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
13ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,