କଲସୀୟ 2

ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।

Colossians 2:15 (UKJV) And having spoiled principalities and powers, he made a show of them openly, triumphing over them in it.

13ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,

14ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;

15ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।

16ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;

17ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.