17ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
18ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
19ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
20ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
21ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”