19ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
20ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
21ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”
22ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ।
23ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।