କଲସୀୟ 2

ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।

Colossians 2:3 (UKJV) In whom are hid all the treasures of wisdom and knowledge.

1କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;

2ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।

3ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।

4କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।

5କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.