2ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
3ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
4କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
5କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;