3ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
4କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
5କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।