6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
9କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
10ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।