କଲସୀୟ 2

କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,

Colossians 2:9 (UKJV) For in him dwells all the fullness of the Godhead bodily.

7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।

8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;

9କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,

10ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।

11ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.