କଲସୀୟ 3

ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

Colossians 3:12 (UKJV) Put on therefore, as the elect of God, holy and beloved, bowels of mercies, kindness, humbleness of mind, meekness, longsuffering;

10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;

11ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।

12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।

14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.