କଲସୀୟ 3

ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।

Colossians 3:13 (UKJV) Forbearing one another, and forgiving one another, if any man have a quarrel against any: even as Christ forgave you, so also do all of you.

11ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।

12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।

14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।

15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.