କଲସୀୟ 3

ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

Colossians 3:18 (UKJV) Wives, submit yourselves unto your own husbands, as it is fit in the Lord.

16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।

17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।

18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.