17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।
19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।