1ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
2ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
3କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।