କଲସୀୟ 3

ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

Colossians 3:21 (UKJV) Fathers, provoke not your children to anger, lest they be discouraged.

19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।

23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.